3ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।
4ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
5କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
6ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।
7ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।