ଯିହିଜିକଲ 3

ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।

Ezekiel 3:7 (UKJV) But the house of Israel will not hearken unto you; for they will not hearken unto me: for all the house of Israel are shameless and hardhearted.

5କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;

6ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।

7ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।

8ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।

9ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.