6ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।
7ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
8ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।
9ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।”
10ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।