22ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
23ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
24ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
25ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
26ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”