ଯିହିଜିକଲ 30

ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।

Ezekiel 30:4 (UKJV) And the sword shall come upon Egypt, and great pain shall be in Ethiopia, when the slain shall fall in Egypt, and they shall take away her multitude, and her foundations shall be broken down.

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!

3କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।

4ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।

5କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।

6ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.