ଯିହିଜିକଲ 31

ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,

Ezekiel 31:10 (UKJV) Therefore thus says the Lord GOD; Because you have lifted up yourself in height, and he has shot up his top among the thick boughs, and his heart is lifted up in his height;

8ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।

9ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।

10ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,

11ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।

12ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.