ଯିହିଜିକଲ 31

ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।

Ezekiel 31:4 (UKJV) The waters made him great, the deep set him up on high with her rivers running round about his plants, and sent her little rivers unto all the trees of the field.

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ?

3ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।

4ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।

5ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।

6ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.