ଯିହିଜିକଲ 32

ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।

Ezekiel 32:13 (UKJV) I will destroy also all the beasts thereof from beside the great waters; neither shall the foot of man trouble them any more, nor the hoofs of beasts trouble them.

11କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।

12ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ।

13ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।

14ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

15ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.