ଯିହିଜିକଲ 32

ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Ezekiel 32:17 (UKJV) It came to pass also in the twelfth year, in the fifteenth day of the month, that the word of the LORD came unto me, saying,

15ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

16ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

17ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

18“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।

19ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.