16ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
17ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
18“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।
19ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।
20ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।