1ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।
3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
4ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ିଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।