ଯିହିଜିକଲ 32

ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।

Ezekiel 32:20 (UKJV) They shall fall in the midst of them that are slain by the sword: she is delivered to the sword: draw her and all her multitudes.

18“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।

19ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।

20ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।

21ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି।

22ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.