ଯିହିଜିକଲ 32

ସେହି ସ୍ଥାନରେ ମେଶକ୍‍, ତୁବଲ୍‍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।

Ezekiel 32:26 (UKJV) There is Meshech, Tubal, and all her multitude: her graves are round about him: all of them uncircumcised, slain by the sword, though they caused their terror in the land of the living.

24ସେହି ସ୍ଥାନରେ ଏଲମ୍‍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।

25ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖାଯାଇଅଛି।

26ସେହି ସ୍ଥାନରେ ମେଶକ୍‍, ତୁବଲ୍‍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।

27ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ।

28ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.