5ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା।
6ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।
7ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
8ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
9ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।