29ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
30ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।’
31ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
32ଆଉ ଦେଖ, ଯାହାର ମଧୁର ସ୍ୱର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ୱରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ।
33ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍ବକ୍ତା ଥିଲେ, ଏହା ସେମାନେ ଜାଣିବେ।”