29ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
30ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
31ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”