1ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।