9ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
10ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ‘ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋʼ ର ହେବ’ ଓ ଆମ୍ଭେମାନେ ତାହା ଅଧିକାର କରିବା,
11ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।
12ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’
13ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।