ଯିହିଜିକଲ 35

ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।

Ezekiel 35:13 (UKJV) Thus with your mouth all of you have boasted against me, and have multiplied your words against me: I have heard them.

11ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।

12ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’

13ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।

14ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।

15ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.