12ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’
13ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।
14ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
15ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”