ଯିହିଜିକଲ 35

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,

Ezekiel 35:2 (UKJV) Son of man, set your face against mount Seir, and prophesy against it,

1ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,

3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।

4ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.