ଯିହିଜିକଲ 35

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।

Ezekiel 35:3 (UKJV) And say unto it, Thus says the Lord GOD; Behold, O mount Seir, I am against you, and I will stretch out mine hand against you, and I will make you most desolate.

1ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,

3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।

4ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।

5ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍‍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.