2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
4ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
5ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
6ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ।