6ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ।
7ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।
8ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ୍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ।
9ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
10ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ‘ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋʼ ର ହେବ’ ଓ ଆମ୍ଭେମାନେ ତାହା ଅଧିକାର କରିବା,