1“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
2ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’
3ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;