9ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।
10ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତି ସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;
11ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
12ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ।
13ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ‘ହେ ଦେଶ, ତୁମ୍ଭେ ମନୁଷ୍ୟ ଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,’