ଯିହିଜିକଲ 36

ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍‍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ।

Ezekiel 36:12 (UKJV) Yea, I will cause men to walk upon you, even my people Israel; and they shall possess you, and you shall be their inheritance, and you shall no more henceforth bereave them of men.

10ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତି ସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;

11ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

12ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍‍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ।

13ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ‘ହେ ଦେଶ, ତୁମ୍ଭେ ମନୁଷ୍ୟ ଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,’

14ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.