19ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।
20ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ‘ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।’
21ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା।
22ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
23ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।