ଯିହିଜିକଲ 36

ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।

Ezekiel 36:25 (UKJV) Then will I sprinkle clean water upon you, and all of you shall be clean: from all your filthiness, and from all your idols, will I cleanse you.

23ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

24କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।

25ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।

26ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।

27ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.