ଯିହିଜିକଲ 36

ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;

Ezekiel 36:3 (UKJV) Therefore prophesy and say, Thus says the Lord GOD; Because they have made you desolate, and swallowed you up on every side, that all of you might be a possession unto the residue of the heathen, and all of you are taken up in the lips of talkers, and are an ill repute of the people:

1“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

2ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’

3ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;

4ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;

5ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.