28ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
29ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।
30ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।
31ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
32ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।