ଯିହିଜିକଲ 36

ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।

Ezekiel 36:34 (UKJV) And the desolate land shall be tilled, whereas it lay desolate in the sight of all that passed by.

32ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।

33ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।

34ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।

35ତହିଁରେ ଲୋକମାନେ କହିବେ, ‘ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି ସ୍ଥାନ ହୋଇଅଛି।’

36ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.