ଯିହିଜିକଲ 36

ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

Ezekiel 36:38 (UKJV) As the holy flock, as the flock of Jerusalem in her solemn feasts; so shall the waste cities be filled with flocks of men: and they shall know that I am the LORD.

36ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।

37ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲ ପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।

38ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.