ଯିହିଜିକଲ 36

ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;

Ezekiel 36:4 (UKJV) Therefore, all of you mountains of Israel, hear the word of the Lord GOD; Thus says the Lord GOD to the mountains, and to the hills, to the rivers, and to the valleys, to the desolate wastes, and to the cities that are forsaken, which became a prey and derision to the residue of the heathen that are round about;

2ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’

3ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;

4ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;

5ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;

6ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଓ କୋପରେ କଥା କହିଅଛୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.