ଯିହିଜିକଲ 36

ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।

Ezekiel 36:9 (UKJV) For, behold, I am for you, and I will turn unto you, and all of you shall be tilled and sown:

7ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।

8ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।

9ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।

10ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତି ସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;

11ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.