1ସଦାପ୍ରଭୁଙ୍କ ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।
2ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା।
3ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇପାରେ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”