ଯିହିଜିକଲ 37

ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।

Ezekiel 37:10 (UKJV) So I prophesied as he commanded me, and the breath came into them, and they lived, and stood up upon their feet, an exceeding great army.

8ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହି ସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।

9ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”

10ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।

11ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।

12ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.