10ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।
11ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
12ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।
13ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
14ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”