ଯିହିଜିକଲ 37

ସଦାପ୍ରଭୁଙ୍କ ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

Ezekiel 37:15 (UKJV) The word of the LORD came again unto me, saying,

13ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

14ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

15ସଦାପ୍ରଭୁଙ୍କ ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

16“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ‘ଯିହୁଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ;’ ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ‘ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;’

17ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇ ଯଷ୍ଟିକୁ ପରସ୍ପର ସହିତ ଯୋଡ଼।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.