17ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇ ଯଷ୍ଟିକୁ ପରସ୍ପର ସହିତ ଯୋଡ଼।
18ପୁଣି, ତୁମ୍ଭ ଲୋକଙ୍କର ସନ୍ତାନଗଣ ଯେତେବେଳେ ତୁମ୍ଭଙ୍କୁ କହିବେ, ‘ଏଥିରେ ତୁମ୍ଭର କି ଅଭିପ୍ରାୟ, ଏହା କି ତୁମ୍ଭେ ଆମ୍ଭମାନଙ୍କୁ ଜଣାଇବ ନାହିଁ?’
19ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ।
20ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ।
21ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;