ଯିହିଜିକଲ 37

ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;

Ezekiel 37:21 (UKJV) And say unto them, Thus says the Lord GOD; Behold, I will take the children of Israel from among the heathen, where they be gone, and will gather them on every side, and bring them into their own land:

19ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍‍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ।

20ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ।

21ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;

22ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।

23ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.