21ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
22ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।
23ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
24ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
25ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।