ଯିହିଜିକଲ 37

ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।

Ezekiel 37:27 (UKJV) My tabernacle also shall be with them: yea, I will be their God, and they shall be my people.

25ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।

26ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦାକାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।

27ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।

28ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.