26ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦାକାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।
27ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
28ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”