ଯିହିଜିକଲ 37

ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହି ସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ‘ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Ezekiel 37:4 (UKJV) Again he said unto me, Prophesy upon these bones, and say unto them, O all of you dry bones, hear the word of the LORD.

2ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା।

3ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇପାରେ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”

4ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହି ସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ‘ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

5ପ୍ରଭୁ, ସଦାପ୍ରଭୁ ଏହି ସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।

6ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.