ଯିହିଜିକଲ 37

ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’”

Ezekiel 37:6 (UKJV) And I will lay sinews upon you, and will bring up flesh upon you, and cover you with skin, and put breath in you, and all of you shall live; and all of you shall know that I am the LORD.

4ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହି ସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ‘ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

5ପ୍ରଭୁ, ସଦାପ୍ରଭୁ ଏହି ସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।

6ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’”

7ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।

8ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହି ସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.