ଯିହିଜିକଲ 37

ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।

Ezekiel 37:7 (UKJV) So I prophesied as I was commanded: and as I prophesied, there was a noise, and behold a shaking, and the bones came together, bone to his bone.

5ପ୍ରଭୁ, ସଦାପ୍ରଭୁ ଏହି ସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।

6ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’”

7ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।

8ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହି ସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।

9ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.