ଯିହିଜିକଲ 38

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,

Ezekiel 38:2 (UKJV) Son of man, set your face against Gog, the land of Magog, the chief prince of Meshech and Tubal, and prophesy against him,

1ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,

3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।

4ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.