ଯିହିଜିକଲ 38

ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।

Ezekiel 38:21 (UKJV) And I will call for a sword against him throughout all my mountains, says the Lord GOD: every man's sword shall be against his brother.

19କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;

20ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।

21ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।

22ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଲାବନକାରୀ ବୃଷ୍ଟି, ବୃହତ ବୃହତ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।

23ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.