27ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ-ଲଙ୍ଘନ କଲେ, ସେହି ସକଳ ସତ୍ୟ-ଲଙ୍ଘନର ଫଳ ଭୋଗ କରିବେ।
28ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
29ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”